AD

ଅକ୍ଟୋବର ସୁଦ୍ଧା ସରିବ ଶ୍ରୀମନ୍ଦିର ଯାତ୍ରୀ ପରିକ୍ରମା ପ୍ରକଳ୍ପ କାର୍ଯ୍ୟ

 


ଶ୍ରୀମନ୍ଦିର ଯାତ୍ରୀ ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ଅକ୍ଟୋବର ସୁଦ୍ଧା ସରିବ। ଶ୍ରୀମନ୍ଦିର ଚତୁଃପାର୍ଶରେ ଯାତ୍ରୀ ପରିକ୍ରମା ପ୍ରକଳ୍ପରେ ଭକ୍ତଙ୍କ ପାଇଁ ୯ଟି ପ୍ରବେଶ ପଥ ରହିବ। ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ପାର୍ଶରେ ଓ ଏମାର ମଠ ନିକଟରେ ଦୁଇଟି ସ୍ଥାନରେ ୩ ହଜାର ଭକ୍ତଙ୍କ ପାଇଁ ହେବ ଶ୍ରୀଜଗନ୍ନାଥ ଅଭ୍ୟର୍ଥନା କକ୍ଷ। ଶ୍ରୀମନ୍ଦିର କାର୍ଯ୍ୟାଳୟରେ ବସିଥିବା ବୈଠକରେ  ଅବଢା ଯୋଜନା ସମୀକ୍ଷା ନେଇ ଏହି ନିଷ୍ପତ୍ତି ହୋଇଛି।

 

ରଘୁନନ୍ଦନ ଲାଇବ୍ରେରୀ ପାଇଁ ଟେଣ୍ଡର ପ୍ରକ୍ରିୟା ଶେଷ ହୋଇଛି। ଗୋପାଳତୀର୍ଥ ମଠ ଓ ନାରାୟଣୀ ମନ୍ଦିରର ପୁନରୁଦ୍ଧାର କରାଯିବ। ଶ୍ରୀମନ୍ଦିର ଭିତରେ ଓ ବିଭିନ୍ନ ସ୍ଥାନରେ ଶ୍ରଦ୍ଧାଳୁଂକୁ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ପାଇଁ ଏକ ଏଜେନ୍ସି ସହ ଆଲୋଚନା କରାଯାଇଛି। ମାର୍କେଣ୍ଡଶ୍ୱର ସାହିରେ ହେବ ଷ୍ଟାଫ କ୍ୱାର୍ଟର । ସେହିପରି ଶ୍ରୀକ୍ଷେତ୍ରର ପଞ୍ଚତୀର୍ଥ ପୁଷ୍କରିଣୀର ପୁନରୁଦ୍ଧାର ଓ ସୋନ୍ଦର୍ଯ୍ୟକରଣ କାର୍ଯ୍ୟ କରାଯାଉଛି।

 

ଯାତ୍ରୀ ପରିକ୍ରମା ପ୍ରକଳ୍ପ ଦ୍ବାରା ପ୍ରଭାବିତ ହୋଇଥିବା ୧୮ଟି ମଠ ଓ ଦୁଇଟି ମନ୍ଦିରର ମଧ୍ୟ ବିକାଶ କରାଯିବ। ଅକ୍ଟୋବର ସୁଦ୍ଧା ଦିବ୍ୟାଙ୍ଗଙ୍କ ଦର୍ଶନ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯିବ । 

Post a Comment

0 Comments