AD

ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି

 


ଲଘୁଚାପ ସକ୍ରିୟ କ୍ଷେତ୍ର ଆଜି ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ ତତ-ସଂଲଗ୍ନ ଉତ୍ତର-ଓଡିଶା ଉପକୂଳ ଅଞ୍ଚଳରେ ସକ୍ରିୟ ରହିଛି ଏବଂ ଏହା ସହ ଜଡିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳରେ . କିମି ଯାଏଁ ବ୍ୟାପିଛି। ଏହା ଆଗାମୀ ୨ରୁ ଦିନ ଯାଏଁ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରିବା ପରେ ଉତ୍ତର ଓଡିଶା -ଉତ୍ତର ଛତିଶଗଡ ମଧ୍ୟଦେଇ ଗତି କରିବାର ସମ୍ଭାବନା ରହିଛି।

ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୧୯ ଅଗଷ୍ଟ, ଶନିବାର ଅପରାହ୍ନ ସୁଦ୍ଧା ରାଜ୍ୟର କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ବୌଦ୍ଧ, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ଦେବଗଡ, ସୁନ୍ଦରଗଡ, ସମ୍ବଲପୁର, ସୋନପୁର, ଝାରସୁଗୁଡା, ଏବଂ ବରଗଡ ପ୍ରଭୃତି ୧୩ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା (୭ରୁ ୨୦ ସେମି) ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ  ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରିଛି  ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ।

ଅନ୍ୟପକ୍ଷରେ ଟୁଇନ୍‌ ସିଟି କଟକ ଓ ଭୁବନେଶ୍ୱର ସମେତ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି ସକାଳୁ ଆକାଶ ମେଘାଛନ୍ନ ରହିବା ସହ ତୁହାକୁ ତୁହା ବର୍ଷା ଲାଗି ରହିଛି। ତେବେ, ଟୁଇନ୍‌ ସିଟି ଅଞ୍ଚଳରେ ଅପରାହ୍ଣରୁ ବିଳମ୍ବିତ ସନ୍ଧ୍ୟା ମଧ୍ୟରେ ଅସରାଏ, ଦୁଇଅସରା ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି 


Post a Comment

0 Comments