AD

Occasional heavy rain is likely କାଳବୈଶାଖୀ ଜନିତ ଝଡ଼ବର୍ଷା ସମ୍ଭାବନା

 


ଆଜି ମୌସୁମୀ ନିମ୍ନଚାପ ରେଖା ପଞ୍ଜାବର ଫିରୋଜ଼ପୁରରୁ ବାହାରି କର୍ଣ୍ଣଲ, ମିରଟ, ଆଜମଗଡ, ପାଟନା, ମୁଙ୍ଗେର, ଦେଓଘର, ବାଙ୍କୁରା ମଧ୍ୟ ଦେଇ ପଶ୍ଚିମବଙ୍ଗର ଡାଇମଣ୍ଡ-ହାରବରରୁ ଦକ୍ଷିଣପୂର୍ବ ଦିଗରେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଯାଏଁ ଲମ୍ବିଛି।

 ଆଜି ସକାଳୁ ଏହାର ପ୍ରଭାବରେ ରାଜ୍ୟର କୋରାପୁଟ, ମାଲକାନଗିରି, ଅନୁଗୁଳ, ଢେଙ୍କାନାଳ, ବରଗଡ, ସମ୍ବଲପୁର, ଦେବଗଡ, ଝାରସୁଗୁଡା, କେନ୍ଦୁଝର, ନୟାଗଡ ଏବଂ ରାୟଗଡା ଜିଲ୍ଲାର କିଛି ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଲାଗିରହିଛି।

ତେବେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉପକୂଳ, ଆଭ୍ୟନ୍ତରୀଣ, ଉତ୍ତର, ଦକ୍ଷିଣ ଓ ପଶ୍ଚିିମ ଓଡ଼ିଶାର ୫ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ (୭ରୁ ୨୦ ସେମି) ବର୍ଷାର ସମ୍ଭାବନା ରହିଥିବା ବେଳେ ୯ଟି ଜିଲ୍ଲାରେ ପ୍ରବଳ ବର୍ଷା (୭ରୁ ୧୧ସେମି)ର ସମ୍ଭାବନା ରହିଛ ଏବଂ ୧୦ଟି ଜିଲ୍ଲାରେ କାଳବେଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା ରହଥିବା ରହିଛି ବୋଲି ଆଜି (ଗୁରୁବାର) ଅପରାହ୍ନରେ ଏକ ସତର୍କ ସୂଚନା ଜାରି କରିଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର।

ଜାରି ସତର୍କ ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୨୫ ଅଗଷ୍ଟ, ଗୁରୁବାର ଅପରାହ୍ନ ସୁଦ୍ଧା ରାଜ୍ୟର ୨୪ଟି ଜିଲ୍ଲାରେ ପ୍ରବଳ ବର୍ଷା ସହ କାଳବୈଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା ରହିଛି। ରାଜ୍ୟର ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ସୋନପୁର, ବଲାଙ୍ଗୀର, ବୌଦ୍ଧ, ଢ଼େଙ୍କାନାଳ, ଅନୁଗୁଳ, ଯାଜପୁର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, କନ୍ଧମାଳ ଓ କଳାହାଣ୍ଡି ପ୍ରଭୃତି ୨୪ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସହ କାଳବୈଶାଖୀ ଜନିତ ଝଡ଼ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଛି।


Post a Comment

0 Comments