AD

ପଞ୍ଚଭୂତରେ ଲୀନ ହେଲେ ପ୍ରଖ୍ୟାତ ସାହିତ୍ୟିକା ଓ ସାମ୍ବାଦିକା ଗୀତା ମେହେଟ୍ଟା

 


ପଞ୍ଚଭୂତରେ ବିଲୀନ ହେଲେ ପ୍ରଖ୍ୟାତ ସାହିତ୍ୟିକା ଓ ସାମ୍ବାଦିକା ଗୀତା ମେହେଟ୍ଟା। ଦିଲ୍ଲୀ ଲୋଧି ରୋଡ୍ ସ୍ମଶାନରେ ଗୀତାଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି ।ନୂଆଦିଲ୍ଲୀର ଲୋଧି ରୋଡ଼ସ୍ଥିତ ଶ୍ମଶାନରେ ଆଜି ତାଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଏକମାତ୍ର ପୁଅ ଆଦିତ୍ୟ ସିଂ ମେହେଟ୍ଟା ମା’ ଗୀତା ମେହେଟ୍ଟାଙ୍କୁ ମୁଖାଗ୍ନି ଦେଇଛନ୍ତି।

ଭଉଣୀଙ୍କ ଶେଷ ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବଡ଼ ଭାଇ ପ୍ରେମ ପଟ୍ଟନାୟକ ଲୋଧି ରୋଡ଼ସ୍ଥିତ ଶ୍ମଶାନରେ ଉପସ୍ଥିତ ଥିଲେ। ଏହି ଅବସରରେ ନିକଟ ସମ୍ପର୍କୀୟଙ୍କ ସମେତ ସାଂସଦ ପିନାକ ମିଶ୍ର, ମାନସ ମଙ୍ଗରାଜ, ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, ରାଜସ୍ଥାନର ପୂର୍ବତନ ମୁଖ୍ୟମନ୍ତ୍ରୀ ବସୁନ୍ଧରା ରାଜେ ପ୍ରମୁଖ ଶ୍ମଶାନ ଘାଟରେ ଉପସ୍ଥିତ ଥିଲେ ।

ଗୀତା ମେହେଟ୍ଟା ଗତ ୨ବର୍ଷ ଧରି ପାରାଲେସିସ୍ ଓ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲେ। ଶୁକ୍ରବାର ରାତିରେ ତାଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର ହୋଇଥିଲା।  ଏହାପରେ ଶନିବାର ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ମୃତ୍ୟୁ ହୋଇଥିଲା।  ମୃତ୍ୟୁ ବେଳକୁ ତାଙ୍କୁ ୮୦ ବର୍ଷ ହୋଇଥିଲା। ୨୦୧୯ ମସିହାରେ ତାଙ୍କ ସ୍ୱାମୀ ତଥା ବିଶିଷ୍ଟ ଆମେରିକୀୟ ପ୍ରକାଶକ ସନ୍ନି ମେହେଟ୍ଟାଙ୍କ ପରଲୋକ ପରଠୁ ସେ ଭାରତରେ ରହୁଥିଲେ ।

 

Post a Comment

0 Comments