AD

ବନ୍ଦେ ଭାରତ ଏକ୍ସପ୍ରେସର ଦ୍ଵିତୀୟ ଟ୍ରାଏଲ ରନ୍


 


ପୁରୀ-ରାଉରକେଲା ବନ୍ଦେ ଭାରତ ଏକ୍ସପ୍ରେସର ଆଜି ଦ୍ୱିତୀୟ ଟ୍ରାଏଲ ରନ୍ ହୋଇଛି। ଏହି ସେମି ହାଇସ୍ପିଡ୍ ଟ୍ରେନ୍‌ରେ ୮ଟି କୋଚ୍ ରହିଛି। ସକାଳ ୫ଟାରେ ପୁରୀରୁ ବାହାରିଛି ବନ୍ଦେ ଭାରତ ଏକ୍ସପ୍ରେସ୍‌। ଏହା ଅପରାହ୍ନ ୧୨ଟା ୪୫ରେ ରାଉରକେଲାରେ ପହଞ୍ଚିବ। ଏହାପରେ ୨ଟା ୧୦ରେ ରାଉରକେଲାରୁ ବାହାରି ୯ଟା ୪୦ରେ ପୁରୀରେ ପହଞ୍ଚିବାର ଯୋଜନା ରହିଛି।

ଟ୍ରାଏଲ୍‌ ରନ୍‌ ଅବସରରେ ବନ୍ଦେଭାରତ ଏକ୍ସପ୍ରେସ ଖୋର୍ଦ୍ଧା ରୋଡ୍‌, ଭୁବନେଶ୍ୱର, କଟକ, ଢେଙ୍କାନାଳ, ଅନୁଗୁଳ, କେରଜାଙ୍ଗ, ସମ୍ବଲପୁର ସିଟି, ଝାରସୁଗୁଡ଼ା ଷ୍ଟେସନରେ ରହିବ। ବନ୍ଦେ ଭାରତ ଏକ୍ସପ୍ରେସ୍ ଭୁବନେଶ୍ୱର ଷ୍ଟେସନ୍‌ରେ ସକାଳ ୬ଟାରେ ପହଞ୍ଚିଥିଲା। ଏ ସମ୍ପର୍କୀତ ସୂଚନା ଆଗକୁ ଜାରି ରହିବ।

ପ୍ରଥମ ବନ୍ଦେ ଭାରତ ଏକ୍ସପ୍ରେସ୍ ମେ ୧୮ରେ ଓଡ଼ିଶାରେ ଗଡ଼ିଥିଲା । ଭର୍ଚୁଆଲ ମୋଡ୍‌ରେ ଏହି ସେମି ହାଇସ୍ପିଡ୍ ଟ୍ରେନର ଶୁଭାରମ୍ଭ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଟ୍ରେନ୍‌ଟି ପୁରୀ-ହାୱଡା ମଧ୍ୟରେ ଚଳାଚଳ ଆରମ୍ଭ କରିଥିଲା। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ପୁରୀ ବିଧାୟକ ଓ ସାଂସଦ ଉପସ୍ଥିତ ଥିଲେ।

 

 

 


Post a Comment

0 Comments