ଆସନ୍ତା ୧୨ ତାରିଖ ବେଳକୁ ଉତ୍ତର ପଶ୍ଚିମ ପାର୍ଶ୍ବବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର
ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତାକାଲିଠୁ ବିଜୁଳି
ଘଡ଼ଘଡ଼ି ସହ ବର୍ଷା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
୧୨ ତାରିଖରୁ ବର୍ଷା ପରିମାଣ ଓ ବିସ୍ତୃତି ବଢ଼ିବ । ୧୨ ତାରିଖରେ
ପ୍ରବଳ ବର୍ଷା ସମ୍ଭାବନା ପାଇଁ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ସେହିପରି ୧୩ ତାରିଖରେ
କିଛି ଜିଲ୍ଲାରେ ପ୍ରବଳ ବର୍ଷିବ । ୧୪ ତାରିଖ ପାଇଁ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଲାଗି
ଅରେଞ୍ଜ ଆଲର୍ଟ ଜାରି କରିଛି ଆଇଏମଡି ।
0 Comments
Please do not enter any Spam Link in the comment Box ,