AD

Cyclone formed in Bay of Bengal turned into low pressure ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଲା

 


ଉତ୍ତରପଶ୍ଚିମ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ଘୂର୍ଣ୍ଣିବଳୟ ଆଜି ଲଘୁଚାପରେ ପରିଣତ ହୋଇଛି । ଏହା ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଦକ୍ଷିଣ ଓଡ଼ିଶା, ଉତ୍ତର ଆନ୍ଧ୍ର ଓ ଛତିଶଗଡ଼ରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି । ରାଜ୍ୟର ୧୫ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।

ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଆଜି ସୋନପୁର, ବୌଦ୍ଧ, ଅନୁଗୋଳ,ଢେଙ୍କାନାଳ, କଟକ, ନୟାଗଡ଼,ଗଞ୍ଜାମ ଓ କନ୍ଧମାଳ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଛି।

 

Post a Comment

0 Comments