AD

Depression was created ସୃଷ୍ଟି ହେଲା ଲଘୁଚାପ

 


ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଏହା ଆଗାମୀ ୪୮ ଘଣ୍ଟାରେ ସୁଦୃଶ୍ୟ ଲଘୁଚାପରେ ପରିଣତ ହେବା ସମ୍ଭାବନା ରହିଛି । ଲଘୁଚାପ ପଶ୍ଚିମବଙ୍ଗ ଉତ୍ତର ଓଡ଼ିଶା ଉପକୂଳ ମୁହାଁ ହେବା ସମ୍ଭାବନା । ଏହାର ପ୍ରଭାବରେ ଆଜି ସନ୍ଧ୍ୟାରୁ ରାଜ୍ୟରେ ପୁଣି ବଢ଼ିବ ବର୍ଷାର ପରିମାଣ । ଆଜି ଉତ୍ତର ଓଡ଼ିଶା ଓ ସଂଲଗ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା। ୫ ଦିନ ବର୍ଷିବ।

ପ୍ରବଳ ବର୍ଷା ସମ୍ଭାବନା ପାଇଁ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଓ ଭଦ୍ରକକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ୭ରୁ ୧୧ ସେମି ଯାଏ ବର୍ଷା ହୋଇପାରେ । ସେହିପରି ଆସନ୍ତାକାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ପାଇଁ ୫ ଜିଲ୍ଲା କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ ଓ ବାଲେଶ୍ବରକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ପ୍ରବଳ ବର୍ଷା ପାଇଁ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।

Post a Comment

0 Comments