AD

From today, the Banbhoji Besh of Mahaprabhu will be held in the temple ଆଜିଠାରୁ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବଣଭୋଜି ବେଶ

 


ଶ୍ରୀମନ୍ଦିରରେ ମଙ୍ଗଳବାର ଠାରୁ ଶ୍ରୀକୃଷ୍ଣ ଜନ୍ମନୀତି ପ୍ରକ୍ରିୟା ଆରମ୍ଭ ହୋଇଛି ମଙ୍ଗଳବାର ଯେଉଡ଼ ଭୋଗ ପରେ ବୁଧବାର ଶ୍ରୀକୃଷ୍ଣ ଜନ୍ମନୀତି ଗୁରୁବାର ନନ୍ଦ ଉତ୍ସବ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବା ପରେ ଆଜି ଠାରୁ ମହାପ୍ରଭୁଙ୍କୁ ବିଭିନ୍ନ ବେଶରେ ସଜିତ କରାଯିବ ଗୋପଲୀଳା ସମୟରେ କୃଷ୍ଣ ବଳରାମ ଗାଇ ବାଛୁରୀଙ୍କୁ ସାଙ୍ଗରେ ଧରି ବନଭୋଜି ପାଇଁ ଯାଇଥିବାର ପୁରାଣରେ ବର୍ଣ୍ଣିତ ରହିଛି ଏହି ପରମ୍ପରାକୁ ସ୍ମରଣ କରି ଭାଦ୍ରବ କୃଷ୍ଣ ଦଶମୀ ତିଥିରେ ମହାପ୍ରଭୁଙ୍କୁ ଏହି ବେଶ କରାଯାଇଥାଏ

 ବଣଭୋଜି ବେଶ ସହ କୋଳିବିକା ନୀତି, ବକାସୁର ବଧ ଅର୍ଘାସୁର ବଧ ନୀତି ମଧ୍ୟ କରାଯିବ ମଧ୍ୟାହ୍ନଧୂପ ପରେ ରାମକୃଷ୍ଣ ଦୁଇ ଚଳନ୍ତି ପ୍ରତିମାଙ୍କୁ ପୂଜାପଣ୍ଡା ସେବକ ମାନେ ଆଜ୍ଞାମାଳ ପ୍ରଦାନ କରିବା ପରେ ଦୁଇ ପ୍ରତିମାଙ୍କୁ ବିମାନରେ ବସାଇ ସିଂହଦ୍ଵାର ନିକଟସ୍ଥ ବଡଛତା ମଠ ପାର୍ଶ୍ବରେ ଥିବା ଏକ କାଠ ସିଂହାସନରେ ବିଜେ କରାଇବେ ଲେଙ୍କା ସେବକ ଶବରୁଣୀ ବେଶ ହୋଇ ଗୁଆକୋଳି ନଡ଼ିଆ ପାତି ମିଶାଇ ଏକ ବାଉଁଶିଆରେ ଧରି ଆସି ସେଠାରେ ନୀତି ସମ୍ପାଦନ କରିବେ ଭିତରଚ୍ଛ ମହାପାତ୍ର ଶବରୁଣୀଠାରୁ କୋଳି ଆଣି ମହାପ୍ରଭୁଙ୍କୁ ସମର୍ପଣ ମଣୋହି କରିଵା ପରେ ପୂଜାପଣ୍ଡା ସେଠାରେ ଶୀତଳ ଭୋଗ ଭିତରଚ୍ଛ ମହାପାତ୍ର ବନ୍ଦାପନା କରିବେ ସନ୍ଧ୍ୟାଧୂପ ପରେ ଠାକୁରମାନଙ୍କୁ ବନଭୋଜି ବେଶରେ ସଜ୍ଜିତ କରାଯିବ ଠାକୁରଙ୍କୁ ବଣଭୋଜି ବେଶରେ ୧୮ପ୍ରକାର ସ୍ବର୍ଣ୍ଣ ଅଳଙ୍କାରରେ ବିମଣ୍ଡିତ କରାଯାଇଥାଏ

Post a Comment

0 Comments