AD

It will rain heavily tomorrow କାଲି ପ୍ରବଳ ବର୍ଷିବ

 


ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ଆସନ୍ତାକାଲି ଉତ୍ତର ପଶ୍ଚିମ ପାର୍ଶ୍ବବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆଜିଠାରୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

 କାଲିଠାରୁ ବଢିବ ବର୍ଷାର ପରିମାଣ ଓ ବିସ୍ତୃତି। କାଲି ପ୍ରବଳ ବର୍ଷା ସମ୍ଭାବନା ପାଇଁ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ୧୩ ତାରିଖରେ କିଛି ଜିଲ୍ଲାରେ ଭୀଷଣ ବର୍ଷା ହେବ । ୧୪ ତାରିଖ ପାଇଁ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଲାଗି ଅରେଞ୍ଜ ଆଲର୍ଟ ଜାରି କରିଛି ଆଇଏମଡି ।

Post a Comment

0 Comments