ଆଗାମୀ ୨ ଦିନ ଯାଏଁ ରାଜ୍ୟରେ ବଢିବ ବର୍ଷା । ଆଗାମୀ ୨ ଦିନ ଯାଏଁ ରାଜ୍ୟରେ ବଢିବ ବର୍ଷା । ଏନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ଉତ୍ତର-ପୂର୍ବ ବଙ୍ଗୋପସାରରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ। ଆଭ୍ୟନ୍ତରୀଣ ଓଡ଼ିଶା ଉପର ବାୟୁମଣ୍ଡଳର ୪.୫ କିଲୋମିଟରରୁ ୫.୮ କିଲୋମିଟର ମଧ୍ୟରେ ସକ୍ରିୟ ରହିଛି । ପରବର୍ତ୍ତୀ ୪୮ ଘଣ୍ଟାରେ ଏହା ଲଘୁଚାପରେ ପରିଣତ ହେବ ।
ଏହାର ପ୍ରଭାବରେ ଆଗାମୀ ୨ ଦିନ ଯାଏଁ ରାଜ୍ୟରେ ବିସ୍ତୃତି ବର୍ଷା ହେବ। ଆଜି ଉପକୂଳ ଓଡ଼ିଶା ସମେତ ଅଧିକାଂଶ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି। ପ୍ରବଳ ବର୍ଷା ପାଇଁ ୧୪ ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ। ୭ ତାରିଖ ଯାଏଁ କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଥିବା ସୂଚନା ଦେଇଛି ପାଣିପାଗ ବିଭାଗ। ୩ ଏବଂ ୪ ତାରିଖରେ କିଛି ଜିଲ୍ଲାରେ ବିଜୁଳି ଘଡଘଡି ଜନିତ ବର୍ଷା ସମ୍ଭାବନା ରହିଛି।
0 Comments
Please do not enter any Spam Link in the comment Box ,