AD

Metro Rail will run from Bhubaneswar || ଭୁବନେଶ୍ୱରରୁ ଗଡିବ ମେଟ୍ରୋ ରେଳ

 


ଓଡ଼ିଶା ପରିବହନ ଇତିହାସରେ ମେଟ୍ରୋ ରେଳ ଯୋଡିହେବ ସ୍ୱର୍ଣ୍ଣିମ ଫର୍ଦ୍ଦ। ଭୁବନେଶ୍ୱରରୁ ଗଡିବ ମେଟ୍ରୋ ରେଳ । ସୋମବାର ଦିନ ଦିଲ୍ଲୀ ମେଟ୍ରୋ ରେଳ ନିଗମ (ଡିଏମଆରସି) ସହ ଭୁବନେଶ୍ୱର ମେଟ୍ରୋ ରେଳ ନିଗମ (ବିଏମଆରସି) ଏକ ବୁଝାମଣା ପତ୍ର (ଏମଓୟୁ) ସ୍ୱାକ୍ଷର ହୋଇଛି । ଏମଓୟୁ ଅନୁସାରେ ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ବର ବିମାନବନ୍ଦରରୁ କଟକ ତ୍ରିଶୁଳିଆ ପର୍ଯ୍ୟନ୍ତ ମେଟ୍ରୋ ରେଳ ଚାଲିବ । ଭୁବନେଶ୍ୱର ବିମାନବନ୍ଦରରୁ ତ୍ରିଶୁଳିଆ ଯାଏଁ ୨୬ କିଲୋମିଟର ମେଟ୍ରୋ ରେଳ ଯାତ୍ରାରେ କ୍ୟାପିଟାଲ ହସ୍ପିଟାଲ, ରାଜମହଲ, ବାଣୀବିହାର, ଜୟଦେବ ବିହାର ଓ ପଟିଆ ଛକ ସମେତ ମୋଟ୍ ୨୦ଟି ଷ୍ଟେସନ ନିର୍ମାଣ କରିବାକୁ ଯୋଜନା ରହିଛି। ଅତ୍ୟାଧୁନିକ କୋଚ୍ ସିଗନାଲ୍ ଓ ଟିକେଟ୍ ବ୍ୟବସ୍ଥା କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି । 

୪ ବର୍ଷ ମଧ୍ୟରେ ଏହି ପ୍ରକଳ୍ପ କାର୍ଯ୍ୟ ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି। ପ୍ରଥମ ପର୍ଯ୍ୟାୟ କାର୍ଯ୍ୟ ପାଇଁ ୬୨୫୫ ଟଙ୍କା ଖର୍ଚ୍ଚ ହେବ । ନୂଆ ଓଡ଼ିଶାର ସଂକଳ୍ପକୁ ପୂରଣ କରିବାରେ ଏହି ପ୍ରକଳ୍ପ ଅନେକାଂଶରେ ସହାୟକ ହେବ । ରାଜ୍ୟ ସରକାର ଏବାବଦରେ ଯେତିକି ଟଙ୍କା ନିବେଶ କରିବେ ତାହା ହେଉଛି ଓଡ଼ିଶା ଭିତ୍ତିଭୂମତି ପ୍ରକଳ୍ପ ନିବେଶରେ ସର୍ବକାଳୀନ ରେକର୍ଡ । ୨୦୧୯ରେ ରାଜ୍ୟ ସରକାର ଯେଉଁ ପ୍ରତିଶ୍ରୁତି ରାଜ୍ୟବାସୀଙ୍କୁ ଦେଇଥିଲେ ତାକୁ ପୂରଣ କରିବାକୁ ସମସ୍ତ ପ୍ରସ୍ତୁତି ସରିଛି ।

ଏମଓୟୁ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ 5T ଅଧ୍ୟକ୍ଷ ଭିକେ ପାଣ୍ଡିଆନ୍ ଉପସ୍ଥିତ ଥିଲେ। ନୂଆବର୍ଷରେ ମେଟ୍ରୋ ରେଳ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ ।

Post a Comment

0 Comments