AD

The inauguration ceremony of the Shree Mandir's Pathat Parikrama Project will be held on the 17th || ଆସନ୍ତା ୧୭ ତାରିଖରେ ଅନୁଷ୍ଠିତ ହେବ ଶ୍ରୀମନ୍ଦିର ଯାତ୍ରୀ ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ

 


 ଶ୍ରୀମନ୍ଦିର ଯାତ୍ରୀ ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ ଆସନ୍ତା ୧୭ ତାରିଖରେ ଅନୁଷ୍ଠିତ ହେବ । ସେଥିପାଇଁ ସମସ୍ତ ପ୍ରସ୍ତୁତି ପର୍ବ ଏବେ ଅନ୍ତିମ ପର୍ଯ୍ୟାୟରେ। ତେଵେ ଆଜି ଶ୍ରୀନହରରେ ଗଜପତି ମହାରାଜାଙ୍କ ଅଧକ୍ଷତାରେ ଏନେଇ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେଉଛି। ଗଜପତି ମହାରାଜା ଦିବ୍ୟସିଂହ ଦେବ ବୈଠକରେ ଅଧକ୍ଷତା ଚାଲିଥିବା ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ,, ଜିଲ୍ଲାପାଳ, ପରିଚାଳନା କମିଟିର ସଦସ୍ୟ, ଜିଲ୍ଲା ଓ ଶ୍ରୀମନ୍ଦିର ପ୍ରଶାସନିକ ଅଧିକାରୀମାନେ ଉପସ୍ଥିତ ଥିଲେ । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବରେ ରାଜ୍ୟ ତଥା ରାଜ୍ୟ ବାହାରେ ଥିବା ବିଭିନ୍ନ ଦେବାଦେବୀ ମନ୍ଦିରକୁ ନିମନ୍ତ୍ରଣ ପତ୍ର ଦିଆ ଚାଲିଥିବା ବେଳେ ଆସନ୍ତା ୧୨ ତାରିଖ ସନ୍ଧ୍ୟାରେ ଶ୍ରୀନହରରେ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଦ୍ବାରା ଗୁଆ ଟେକା ଯାଇ ଯଜ୍ଞ ନିମନ୍ତେ ପ୍ରକ୍ରିୟା ଆରମ୍ଭ ହେବ। ଶ୍ରୀମନ୍ଦିର ରାଜପୁରୋହିତଙ୍କ ପରାମର୍ଶ କ୍ରମେ ଗଜପତି ଦିବ୍ୟସିଂହ ଦେବଙ୍କ ରାଶି ଓ ନକ୍ଷତ୍ରକୁ ନେଇ ଯଜ୍ଞ ଆରମ୍ଭ ହେବ। ଶ୍ରୀମନ୍ଦିର ଐସାନ୍ୟ କୋଣରେ ଅଙ୍କୁରାରୋପଣ ଆସନ୍ତା ଜାନୁଆରୀ ୧୫ ତାରିଖ ସକାଳ ୭ଟାରେ କରାଯିବ।

Post a Comment

0 Comments