AD

Black tiger in Odisha forest || ଓଡ଼ିଶା ଜଙ୍ଗଲରେ କଳା ବାଘ

 


ଓଡ଼ିଶା ଜଙ୍ଗଲରେ ପୁଣି ଦେଖାଦେଲା କଳା ବାଘ । ଏନେଇ ସୂଚନା ଦେଲେ ପିସିସିଏଫ୍‌ ସୁଶାନ୍ତ ନନ୍ଦ । କଳାବାଘକୁ ସୁନ୍ଦରଗଡ ଜିଲ୍ଲା ହେମଗିରି ବନାଞ୍ଚଳରେ ଦେଖିବାକୁ ପାଇଛି ବନ ବିଭାଗ । ୨୦୧୮ ମସିହାରେ ସୁନ୍ଦରଗଡ଼ ଜଙ୍ଗଲରେ ଏହି ବାଘ ଦେଖାଯାଇଥିଲା । ପୂର୍ବଥର ପରି ଏଥର ବି କ୍ୟାମେରାରେ କଏଦ ହେଲା କଳା ବାଘର ଫଟୋଚିତ୍ର । ପୂର୍ବରୁ ଶିମିଳିପାଳ ଓ ଫୁଲବାଣୀରେ ମଧ୍ୟ ଏହି ପ୍ରଜାତିର ବାଘ ଦେଖାଯାଉଥିବା କୁହାଯାଉଥିଲେ ମଧ୍ୟ ବାସ୍ତବରେ ଏନେଇ କୌଣସି ପ୍ରମାଣ ନଥିଲା । କିନ୍ତୁ କ୍ୟାମେରାରେ ଏହି ପ୍ରଜାତିର ବାଘ ସାମ୍ନାକୁ ଆସିବା ପରେ ଓଡ଼ିଶାରେ କଳାବାଘ ଥିବା ନେଇ ସ୍ପଷ୍ଟ ହୋଇଥିଲା । ଓଡ଼ିଶାରେ ଅନେକ ବନଖଣ୍ଡରେ କଳା କଲାରାପତିଆ ବାଘ ରହିଛନ୍ତି । 

ବର୍ତ୍ତମାନ ସମୟରେ ଓଡ଼ିଶାର ୩ଟି ବନଖଣ୍ଡ ଅଞ୍ଚଳରେ ଚିହ୍ନଟ ହୋଇଥିବା ସୂଚନା ମିଳିଛି । ବିଭିନ୍ନ ସମୟରେ କଳାବାଘର ଉପସ୍ଥିତିକୁ ନେଇ ସମ୍ପୂର୍ଣ୍ଣ ଭାବରେ ତଥ୍ୟ ରହିଛି । ତେବେ କଲରାପତରିଆ ପ୍ରଜାତିର ଏହି ବିରଳ ବାଘ ସମ୍ପୂର୍ଣ୍ଣ କଳା ରଙ୍ଗର । ଦେଶର ଅନ୍ୟ ୮ଟି ରାଜ୍ୟରେ ମଧ୍ୟ ଏପରି ବ୍ଲାକ ପାନ୍ଥର ଥିବା କୁହାଯାଉଛି ।


ତେବେ ମେ’ ମାସରୁ ରାଜ୍ୟରେ ହେବ ନିଜସ୍ଵ କଲରାପତରିଆ ବାଘ ଗଣନା । ରାଜ୍ୟ ସରକାର ହାତୀ ଗଣନା ସହ ଏକକାଳୀନ କଲରାପତରିଆ ବାଘ ଗଣନା କରିବେ । ବର୍ଷ ସାରା କ୍ୟାମେରା ଟ୍ରାପ ଜରିଆରେ ମହାବଳ ବାଘଙ୍କ ସ୍ଥିତି ଉପରେ ନଜର ରହିବ ।


Post a Comment

0 Comments