AD

'Tejas' crashes || କ୍ରାଶ ହେଲା 'ତେଜସ୍‌'



କ୍ରାଶ୍ ହେଲା ଭାରତୀୟ ବାୟୁସେନାର ଲଢ଼ୁଆ ବିମାନ ତେଜସ । ରାଜସ୍ଥାନ ଜୈସଲମେରର ଜବାହର ନଗର ନିକଟରେ ବାୟୁସେନା ବିମାନ ତେଜସ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଯୁଦ୍ଧ ବିମାନଟି ଯୁଦ୍ଧାଭ୍ୟାସ୍‌ରେ ସାମିଲ ହେବାକୁ ଯାଉଥିବା ବେଳେ ବୟଜ୍‌ ହଷ୍ଟେଲ ନିକଟରେ କ୍ରାଶ୍‌ ହୋଇ ଖସି ପଡିଛି। ୨୩ ବର୍ଷ ଭିତର ପ୍ରଥମ ଥର ପାଇଁ ଭାରତୀୟ ସେନାର ସେବା ଯୋଗାଇ ଆସୁଥିବା ଲଢ଼ୁଆ ବିମାନ ତେଜସ ଦୁର୍ଘଟଣାଗ୍ରସ୍ତ।  

ମିଳିଥିବା ସୂଚନା ଅନୁଯାୟୀ, ବିମାନଟି ଦୁର୍ଘଟଣାଗ୍ରସ୍ତ ହୋଇ ସିଧା ମେଘବାଲ ହଷ୍ଟେଲ ପାଖରେ ପଡିଥିଲା। ପରେ ଏହା ଭୟଙ୍କର ବିସ୍ଫୋରଣ ହୋଇଥିଲା। ଫଳରେ ଆଖପାଖ ଅଞ୍ଚଳରେ ବ୍ୟାପକ ଧୂଆଁ ବ୍ୟାପୀ ଯାଇଥିଲା। ସେହିପରି ସ୍ଥାନୀୟ ଅଞ୍ଚଳର ଲୋକେ ଭୟଭୀତ ହୋଇପଡିଥିଲେ। ତେବେ ଏହି ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି ପାଇଲଟ୍‌। ସଠିକ୍ ସମୟରେ ପାଇଲଟ ଜଣକ ପ୍ଲେନରୁ ଡେଇଁ ପଡିବା କାରଣରୁ ତାଙ୍କ ଜୀବନ ବଞ୍ଚିଯାଇଛି।

 


Post a Comment

0 Comments