AD

The truck fell down the over bridge || ଓଭର ବ୍ରିଜ ତଳକୁ ଖସିଲା ଟ୍ରକ୍

 


କଦଳୀ ବୋଝେଇ ଟ୍ରକ ବିଦ୍ୟୁତ ଖୁଣ୍ଟକୁ ଧକ୍କା ଦେଇ ବ୍ରିଜ ତଳକୁ ଭାରସାମ୍ୟ ହରାଇ ଓଲଟି ପଡିଲା । ଦୁର୍ଘଟଣାରେ ଡ୍ରାଇଭର ଓ ହେଲପର ଗୁରୁତର ଆହତ ହୋଇଛନ୍ତି। ଏହି ଦୁର୍ଘଟଣା ଭଦ୍ରକ ଜିଲ୍ଲା ୧୬ନଂ ଜାତୀୟ ରାଜପଥର ଗେଲପୁର ଛକ ନିକଟରେ ଘଟିଛି।  ଡ୍ରାଇଭର ଓ ହେଲପରଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଟ୍ରକଟି କଦଳୀ ବୋଝେଇ କରି କଟକରୁ ବାଲେଶ୍ୱର ଅଭିମୁଖେ ଯାଉଥିଲା। ଗେଲପୁର ଛକ ନିକଟରେ ଟ୍ରକଟି ବିଦ୍ୟୁତ ଖୁଣ୍ଟକୁ ଧକ୍କା ଦେଇ ଭାରସାମ୍ୟ ହରାଇ ବ୍ରିଜ ତଳକୁ ଓଲଟି ପଡ଼ିଥିଲା।

ସ୍ଥାନୀୟ ଲୋକେ ହେଲପର ଓ ଡ୍ରାଇଭରଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ଭଦ୍ରକ ଗ୍ରାମାଞ୍ଚଳ ପୁଲିସ ଟ୍ରକକୁ ଜବତ କରି ଘଟଣାର ତଦନ୍ତ କରୁଛି।

 

Post a Comment

0 Comments