AD

Yellow warning for 12 districts due to Kala Baisakhi || କାଳବୈଶାଖୀ ନେଇ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

 




ଗରମ ଓ ଗୁଳୁଗୁଳିରୁ ମିଳିଛି ସାମାନ୍ୟ ଆଶ୍ୱସ୍ତି। ଆଜି ଟ୍ୱିନ୍‌ ସିଟି ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଖରାର ପ୍ରକୋପ କମିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ହେବା ନେଇ ସୂଚନା ଦିଆଯାଇଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ରାଜ୍ୟରେ କାଳବୈଶାଖୀ ବର୍ଷା ସହ ବିଜୁଳି ଘଡ଼ଘଡ଼ି ହେବ। ଏହାସହ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ବୋହିବ। ଏଥିପାଇଁ ୧୨ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ କରାଯାଇଛି। ସେହି ଜିଲ୍ଲା ଗୁଡ଼ିକ ହେଲା ମୟୂରଭଂଜ, କେନ୍ଦୁଝର, ଦେବଗଡ଼, ସମ୍ବଲପୁର, ଅନୁଗୋଳ, ନୟାଗଡ଼, ସୁବର୍ଣ୍ଣପୁର, କନ୍ଧମାଳ, ଗଂଜାମ, ଗଜପତି, ଏବଂ କଳାହାଣ୍ଡି।

ଅନ୍ୟପକ୍ଷରେ  ରାଜ୍ୟରେ ତାପମାତ୍ରା ଆସନ୍ତାକାଲିଠାରୁ ପୁଣି ବଢ଼ିବ ବୋଲି ପୁର୍ବନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

 

Post a Comment

0 Comments